ସତର୍କ ରୁହନ୍ତୁ ! ଆଜି ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ଉପକୂଳ ଓଡ଼ିଶା ରେ ବର୍ଷା ହେବା ଆଶଙ୍କା ଥିବା ପାଣିପାଗ ବିଭାଗ ଆକଳନ କରିଛି। 

ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝରମୟୂରଭଞ୍ଜବାଲେଶ୍ୱରଭଦ୍ରକଯାଜପୁରକେନ୍ଦ୍ରାପଡାକଟକଜଗତସିଂହପୁରନୟାଗଡ଼ଖୋର୍ଦ୍ଧାପୁରୀଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। 

Leave a Reply

Your email address will not be published. Required fields are marked *

Translate »